ପରଲୋକରେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର

ଭୁବନେଶ୍ୱର, ୩୦/୧୨: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଙ୍କ ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ରାଜଧାନୀ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଉଲ୍ଲେଖ ଯୋଗ୍ୟ ଯେ ସେ ନିମୋନିଆରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ ।

ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ଶାନ୍ତନୁ ମହାପାତ୍ର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ‘ସୂର୍ଯ୍ୟମୁଖୀ’, ‘ଅରୁନ୍ଧତୀ’, ‘ଚିଲିକା ତୀରେ’, ‘ଡୋରା’ ଫିଲ୍ମର ସେ ସଙ୍ଗୀତ ନିର୍ଦ୍ଦେଶକ ଥିଲେ।