କିପରି କଟିବ ଆଜି ଆପଣଙ୍କ ଦିନ: ୨୦/୦୨/୨୦୨୩

ମେଷ:କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବ୍ୟବହାର କୁଶଳତାକୁ ଆଧାରକରି ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି।

ବୃଷ:କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ।

ମିଥୁନ:ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ।

କର୍କଟ:ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ଯୁକ୍ତିତର୍କଠାରୁ ଦୂରେଇ ରହିବା ଉଚିତ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ।

ସିଂହ:ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ।

କନ୍ୟା:ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ।

ତୁଳା:ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ।

ବିଛା:ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ।

ଧନୁ:ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ।

ମକର:ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ।

କୁମ୍ଭ:ସନ୍ତାନର ବିଦ୍ୟାରେ ଉନ୍ନତି ହେବାସହ ନୂତନ କର୍ମ ପ୍ରାପ୍ତି ହୋଇପାରେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ଓ ସମୟ ଆନନ୍ଦ ମୟହେବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ।

ମୀନ:ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଉତ୍ତମ ରୋଜଗାର ହେବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ।