ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ,୨୨/୨: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ଏହାରିମଧ୍ୟରେ ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଜି ଫାଲଗୁନ-ଶୁକ୍ଳ ତୃତୀୟା ତିଥି, ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬.୦୦ ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।