ସରିଲା ନିର୍ବନ୍ଧ, ବିବାହ କରିବେ ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର

ଭୁବନେଶ୍ୱର,୨୬/୨: ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ। ଯାହା ଚର୍ଚ୍ଚା ହେଉଥିଲା ତାହା ଏବେ ସତ ହୋଇଛି । ନିର୍ବନ୍ଧ ସରିଲା ଏବେ ବିବାହ କରିବେ ଜୁନାଗଡ ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ।  ସଫ୍ଟଓୟାର ଇଞ୍ଜିନିୟର ପ୍ରିୟଙ୍କା ଅଗସ୍ଥିଙ୍କୁ ସେ ବିବାହ କରିବେ । ଉଭୟ ପକ୍ଷର ସମ୍ପର୍କୀୟଙ୍କ ଉପସ୍ଥିତିରେ ପିିପିଲିର ହୋଟେଲ ଆଭେଞ୍ଚରରେ ବିବାହ ଉତ୍ସବ ଅନୁଷ୍ଠିତ ହେବ । ବିବାହ ଉତ୍ସବରେ ସାମିଲ ହେବେ ସମ୍ପର୍କୀୟ ଓ ଅତି ପାଖ ଲୋକ ।

ସୂଚନାଯୋଗ୍ୟ ଯେ କିଛି ଦିନ ହେଲା କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ପୁଣି ବିବାହ କରୁଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଥିଲା । ତାଙ୍କ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଲକ ଦେକୋଟ ଗାଁର ପ୍ରିୟଙ୍କାଙ୍କୁ ବିବାହ କରିବେ ବୋଲି ଚର୍ଚ୍ଚା ହେଉଥିଲା । ଯାହା ଏବେ ସତ ହୋଇଛି । ତେବେ ଏହା ହେଉଛି କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କର ଦ୍ୱିତୀୟ ବିବାହ ।