କିପରି କଟିବ ଆଜି ଆପଣଙ୍କ ଦିନ: ୦୫/୦୩/୨୦୨୩

ମେଷ:ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଛାତ୍ର-ଛାତ୍ରୀମାନେ ବିଦ୍ୟାରେ ଉନ୍ନତି କରିବେ ଓ ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ।

ବୃଷ:ସନ୍ତାନ ଯୋଗେ ଆନନ୍ଦିତ ହେବେ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ।

ମିଥୁନ:ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଲୋକସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ।

କର୍କଟ:ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ।

ସିଂହ:ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।

କନ୍ୟା:ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ।

ତୁଳା:କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ।

ବିଛା:ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନା ଯୁକ୍ତ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ।

ଧନୁ:ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭପ୍ରଦ ହେବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।

ମକର:ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। କାର୍ଯ୍ଯ।ଳୟରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ।

କୁମ୍ଭ:ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ।

ମୀନ:ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ନୂଆ ଜ୍ଞାନର ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ।