ରାଜ୍ୟରେ ଆଜି ୧୭ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୭।୧୦: ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୨୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ହୋଇଥିବା ୧୭ଜଣଙ୍କ ମଧ୍ୟରୁ ଭୁବନେଶ୍ୱରୁ ୪,କଟକରୁ ୨, ଅନୁଗୁଳ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ଼, ପୁରୀ, ରାଉରକେଲା, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।