ପବିତ୍ର ଦୋଳ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତ

ପୁରୀ, ୭/୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତ କରାଯାଉଛି । ସକାଳ ୯ଟା ଭିତରେ ଶ୍ରୀଜିଉଙ୍କ ସୁନାବେଶ ବା ରାଜାଧିରାଜ ବେଶ ଶେଷ ହେବ । ଏହା ପରେ ଭକ୍ତମାନେ ଶ୍ରୀଜିଉଙ୍କୁ ସୁନାବେଶରେ ଦର୍ଶନ କରିପାରିବେ । ରାତି ୧୦ଟା ୩୫ରେ ସୁନାବେଶ ଓଲାଗି ହେବ । ସକାଳ ଧୂପ ସରିବା ପରେ ଦୋଳଗୋବିନ୍ଦ ଶ୍ରୀଦେବୀ ଓ ଭୁଦେବୀଙ୍କ ସହ ଦୋଳବେଦୀକୁ ବିଜେ କରିଥାନ୍ତି । ଘଣ୍ଟାଘଣ୍ଟା, ଶଙ୍ଖ ଓ ହୁଳହୁଳିରେ ପ୍ରକମ୍ପିତ ହୋଇଥାଏ ପରିବେଶ ।  ପାଲିଙ୍କିରେ ଝୁଲିଝୁଲି ୨୧ ଘେରା କରିକ୍ରମା କରି ଝୁଲଣ ମଣ୍ଡପକୁ ବିଜେ କରିଥାନ୍ତି ମହାପ୍ରଭୁ ଦୋଳଗୋବିନ୍ଦ ।