କିପରି କଟିବ ଆଜି ଆପଣଙ୍କ ଦିନ: ୦୮/୦୩/୨୦୨୩

ମେଷ:କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଦୂର ଯାତ୍ରାରେ ସଫଳତା ମିଳିବ ଓ ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟରେ ସୁଧାର ଆସିବ।

ବୃଷ:ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ।

ମିଥୁନ:ପାରିବାରିକ ସମସ୍ୟା ସୁଧାରୀ ନେଇ ହସ ଖୁସିରେ ଚଳିବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

କର୍କଟ:ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ।

ସିଂହ:ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ।

କନ୍ୟା:ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ।

ତୁଳା:ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନ୍ୟାୟମାର୍ଗ ଓ ମିଷ୍ଟବଚନ ଆପଣଙ୍କର ଭୂଷଣହେବ।

ବିଛା:ସୁଖ ଶାନ୍ତିରେ ଦିନଟି କଟାଇବେ। ସମାଜ ସେବା ରେ ସ୍ଵନାମ ଅର୍ଜନ କରି ପାରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ।

ଧନୁ:ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ।

ମକର:ସବୁଥିରେ ସଫଳତା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ।

କୁମ୍ଭ:ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ।

ମୀନ:ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ।