ରାଜ୍ୟରେ ବର୍ଷା ସମ୍ଭାବନା, କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୮/୩: ରାଜ୍ୟରେ ପଶ୍ଚିମା ଝଡ ପ୍ରଭାବରେ କିଛି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ୯ ଓ ୧୦ ତାରିଖରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ୬ଟି ଜିଲ୍ଲାରେ ବର୍ଷା ନେଇ ଚେତାବନୀ ଦିଆଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର । ୧୦ ତାରିଖରେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱରକୁ ଚେତାବନୀ ଦିଆଯାଇଛି ।

ସେହିପରି ୧୦ ତାରିଖରେ ଖୋର୍ଦ୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା‌ ଝଡ଼ ପ୍ରଭାବ ଯୋଗୁଁ ପାଗ ମେଘୁଆ ସହ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ପାଣିପାଗ କେନ୍ଦ୍ର କହିଛି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।