ଆଜିଠାରୁ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର,୧୦/୩: ଆଜିଠାରୁ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଉଛନ୍ତି। ରାଜ୍ୟର ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା କରାଯାଉଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା(ମାଟ୍ରିକ୍), ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍(ଓପନ୍ ସ୍କୁଲ)ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍‌ମେଣ୍ଟ(ଏସ୍ଏ–୨) ପରୀକ୍ଷା ଆଜିଠାରୁ ସକାଳ ୮ଟାରୁ ଆରମ୍ଭ ହେଇଛି। ପରୀକ୍ଷା ପୂର୍ବାହ୍ନ ୧୦ଟାରେ ସରିବ। କେବଳ ଗଣିତ ପରୀକ୍ଷା ୧୦ଟା ୧୫ରେ ସରିବ। ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। ଏପଟେ ଆଜି ସକାଳେ ପରୀକ୍ଷା କେନ୍ଦ୍ରରେ ପରିଚାଳନାର ଯାଞ୍ଚ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ।