୩୬ ଘଣ୍ଟା ପରେ ପୁରୀ ବଡ଼ଦାଣ୍ଡରେ ଲାଗିଥିବା ନିଆଁ ଆୟତ୍ତ

ପୁରୀ,୧୦/୦୩: ଅଗ୍ନଶମ କର୍ମଚାରୀମାନଙ୍କ ଦୀର୍ଘ ୩୬ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଇଛି। ଏନେଇ ସ୍ଥାନୀୟ ଅଗ୍ନିଶମ ବିଭାଗ ଅଧିକାରୀ ରମେଶ ଚନ୍ଦ୍ର ମାଝୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ବୁଧବାର ରାତି ପ୍ରାୟ ସାଢ଼େ ୭ଟାରେ ବଡ଼ଦାଣ୍ଡ ସମ୍ରାଟ୍‌ ମାର୍କେଟ୍ କମ୍ପ୍ଲେକ୍ସର ତଳମହଲାରେ ଥିବା ଏକ ପୋଷାକ ଦୋକାନ‌ରେ ସଟ୍‌ ସର୍କିଟ୍‌ରୁ ନିଆଁ ଲାଗିଯାଇଥିଲା। ସଙ୍ଗେସଙ୍ଗେ ଏହା ସାରା ମାର୍କେଟ୍‌ ‌କମ୍ପ୍ଲେକ୍ସକୁ ବ୍ୟାପି ଯାଇଥିଲା। ଯେହେତୁ ନିଆଁ ଲାଗିଥିବା ଦୋକାନ ପାଖରେ ପୋଷାକ, ଚପଲ, ପାର୍ଲର, କସମେଟିକ୍‌ସ ଆଦି ଦୋକାନ ରହିଥିଲା, ଏଥିରେ ଅଗ୍ନି ସଂଯୋଗ ପରେ ପ୍ରକୋପ ବଢ଼ିବାରେ ଲାଗିଥିଲା। ଚାହୁଁଚାହୁଁ ସବୁକିଛି ହୁତୁହୁତୁ ହୋଇ ଜଳିଥିଲା।