କିପରି କଟିବ ଆଜି ଆପଣଙ୍କ ଦିନ: ୧୧/୦୩/୨୦୨୩

ମେଷ:ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡିହେବ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ।

ବୃଷ:ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ।

ମିଥୁନ:ଧର୍ମକର୍ମରେ ରୁଚି ରହିବା ଫଳରେ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। ରାଜନୈତିକ କ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ।

କର୍କଟ:ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ମଉଜମସ୍ତିରେ ସମୟ କଟିପାରେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ।

ସିଂହ:ପାରିବାରିକ ଜୀବନ ଆନନ୍ଦମୟ ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।

କନ୍ୟା:ପାରିବାରିକ ଜୀବନରେ ଶାନ୍ତି ପାଇବା ସହ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ।

ତୁଳା:କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ସରକାରୀ ସାହାଯ୍ୟ ମିଳିପାରେ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ। ନୂତନ କର୍ମ ନିଯୁକ୍ତିର ସୁଚନା ପାଇ ପାରନ୍ତି। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ।

ବିଛା:ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର।

ଧନୁ:ସାମାଜିକ ଉତ୍ସବରେ ଯୋଗ ଦେବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଅପଣା ଲୋକଙ୍କ ସହଯୋଗ ପାଇ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ।

ମକର:ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ, ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ।

କୁମ୍ଭ:କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ।

ମୀନ:ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଛାତ୍ର ଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ।