କିପରି କଟିବ ଆଜି ଆପଣଙ୍କ ଦିନ: ୧୬/୦୩/୨୦୨୩

ମେଷ:ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ପାରିବାରିକ ଦ୍ୱାୟିତ୍ୱ ବୃଦ୍ଧି ହେବା ଫଳରେ ମନ ଅଶାନ୍ତ ରହିବ । ଉନ୍ନତିମୂଳକ ପଦକ୍ଷେପ ନେଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଶାରିରୀକ ଅସୁସ୍ଥତା ଦୂରହେବ ।

ବୃଷ:ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁ ରଖି ପାରନ୍ତି । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ ।

ମିଥୁନ:ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇପାରନ୍ତି । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ବ୍ୟବସାୟୀ ମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହୋଇ କାରବାର ବଢିବ ।

କର୍କଟ:ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଶତୃମାନେ ପରାଜିତ ହେବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ ।

ସିଂହ:ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ ।

କନ୍ୟା:ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କଥାବାର୍ତ୍ତାରେ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ ।

ତୁଳା:ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ।

ବିଛା:ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । ଜନସେବାରେ ନିଜକୁ ନିୟୋଜିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ ।

ଧନୁ:ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶତୃ ଓ ବିରୋଧୀମାନେ ଦୂରେଇ ଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ ।

ମକର:ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ।

କୁମ୍ଭ:ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ।

ମୀନ:ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ।