ଡ୍ରାଇଭରଙ୍କ ଷ୍ଟ୍ରିୟରିଂ ଛାଡ଼ ଆନ୍ଦୋଳନ, ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬/୩:ଗତକାଲିଠୁ ଡ୍ରାଇଭରଙ୍କ ଷ୍ଟ୍ରିୟରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି । ଦିନ ରାତି ଆନ୍ଦୋଳନ ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ତେବେ ଡ୍ରାଇଭରଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଡ୍ରାଇଭର ବନ୍ଧୁମାନଙ୍କର ଦାବିକୁ ଗୁରୁତର ସହ ନେଇ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରିବାକୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର । ସେମାନଙ୍କର ସମାଜରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ । ତାଙ୍କ ସହ ଭଲ ଭାବରେ ରାଜ୍ୟ ସରକାର ଆଲୋଚନା ନକରି ରାସ୍ତା ବାହାର ନକରିବା ଗଣତନ୍ତ୍ର ପାଇଁ ଆଦୌ ଶୁଭଙ୍କର ନୁହେଁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।