ମନମୋହନ ସାମଲ ହେଲେ ବିଜେପିର ନୂଆ ରାଜ୍ୟ ସଭାପତି

ଭୁବନେଶ୍ବର,୨୩/୩: ବରିଷ୍ଠ ବିଜେପି ନେତା ମନମୋହନ ସାମଲଙ୍କୁ ଦଳର ରାଜ୍ୟ ସଭାପତି ଦାୟିତ୍ବ, ମିଳିଛି। ସେ ସମୀର ମହାନ୍ତିଙ୍କ ସ୍ଥାନରେ ଏହି ଦାୟିତ୍ବ ନିର୍ବାହ କରିବେ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ମନମୋହନ ସାମଲଙ୍କୁ ରାଜ୍ୟ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ମନମୋହନ ସାମଲ ୧୯୫୯ ମସିହାର ଅପ୍ରେଲ ମାସ ୧୫ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। କଳା ଏବଂ ଓକିଲାତିରେ ସ୍ନାତକ ଶ୍ରୀ ସାମଲ ଛାତ୍ର ଜୀବନରୁ ରାଜନୀତିରେ ଯୋଗ ଦେଇଥିଲେ ସେ ଭଦ୍ରକ କଲେଜରେ ପାଠ ପଢ଼ୁଥିବାବେଳେ ୧୯୭୯ ମସିହାରେ ଭଦ୍ରକ କଲେଜର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ।