କିପରି କଟିବ ଆଜି ଆପଣଙ୍କ ଦିନ: ୨୭/୦୩/୨୦୨୩

ମେଷ:ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଗୃହୋପକରଣ କ୍ରୟ କରିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ।

ବୃଷ:ବ୍ୟବସାୟରେ ପ୍ରଚୁର ଲାଭହେବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ । ଯାନବାହନ ସୁଖ ମିଳିବ । ନୂତନ ଗୃହସୁଖ ମିଳିବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ।

ମିଥୁନ:ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବ୍ୟବସାୟରେ ଉନ୍ନତି ହୋଇ ଲାଭବାନ୍ ହେବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରୀକ୍ଷା, ପ୍ରତିଯୋଗୀତା ସନ୍ତୋଷ ଜନକ ହେବ । ପାରିବାରିକ କ୍ଷେତ୍ରରେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ।

କର୍କଟ:ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ।

ସିଂହ:ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ମନ ମୁତବକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ । ଆର୍ଥିକ ସଙ୍କଟ ଦୂରେଇଯିବ ।

କନ୍ୟା:ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ । ବାଦବିବାଦ, ମାଲିମକଦ୍ଦମାର ସମାଧାନ ହେବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ।

ତୁଳା:କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ।

ବିଛା:ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ବିରୋଧି ମାନେ ଦୂରେଇ ଯିବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟ କରିବେ । ଆୟର ପନ୍ଥା ସହଜ ହେବ ।

ଧନୁ:ଶତୃମାନେ ପରାଜିତ ହେବେ ଓ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ସ୍ୱାସ୍ଥ୍ୟରେ ପ୍ରବଳ ଉନ୍ନତି ହେବାସହ ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ ।

ମକର:ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । ପିଲାମାନଙ୍କ ସଫଳତାରେ ଖୁସିହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବାଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ।

କୁମ୍ଭ:ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ ।

ମୀନ:ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ ।