କିପରି କଟିବ ଆଜି ଆପଣଙ୍କ ଦିନ: ୨୮/୦୩/୨୦୨୩

ମେଷ:ଅଚାନକ ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରଟି ସୁଦୃଢ ହେବ। ହସ ଖୁସିରେ ଚଳିବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ।

ବୃଷ:ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ସାଧାରଣବର୍ଗଙ୍କ ସହାୟତା ପାଇବା ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ।

ମିଥୁନ:ବକେୟା ଅର୍ଥ କିଛି ମିଳିବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଅଟକିଥିବା କାର୍ଯ୍ୟ ପୂରଣ ହେବ।

କର୍କଟ:ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଦୂରସ୍ଥାନକୁ ଯାତ୍ରା କରିବେ।

ସିଂହ:ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ।

କନ୍ୟା:କର୍ମକ୍ଷେତ୍ରଟି ସୁଦୃଢ ହେବାସହ ଆୟ ବୃଦ୍ଧି ହେବ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ।

ତୁଳା:ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ।

ବିଛା:ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିଲେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହୋଇ ପରିବାରରେ ସୁସ୍ଥ ବାତା ବରଣ ଜାରି ରହିବ।

ଧନୁ:ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି।

ମକର:ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ଗୁରୁଜନ ଓ ଅସହାୟଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ।

କୁମ୍ଭ:ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ମାଙ୍ଗଳିକ କାର୍ଯ୍ୟରେ ରତ ହେବେ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ।

ମୀନ:ରାଜନୀତିରେ ସଫଳତା ମିଳିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।