ମେଷ:ସାଧାରଣ ଲୋକଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରିବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ସାର୍ବଜନୀନ ସମ୍ପର୍କରେ ବିକଶିତ ହେବାସହ ଆର୍ଥିକସ୍ଥିତି ବଦଳିଯିବ।
ବୃଷ:ସାମାଜିକ ପତିଆରା ଅମଳିନ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଆତ୍ମବିଶ୍ୱାସ ଫଳରେ ସମସ୍ତ କାର୍ଯ୍ୟ ସହଜ ସରଳରେ ସମାଧାନ ହୋଇଯିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ।
ମିଥୁନ:ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ମତଭେଦର ନିରାକରଣ ହୋଇ ଯିବ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ।
କର୍କଟ:କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଫଳରେ ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ।
ସିଂହ:ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ କଥାବାର୍ତ୍ତା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍।
କନ୍ୟା:ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପ୍ରେମ କ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି।
ତୁଳା:କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ।
ବିଛା:ନୂତନ ସଂସ୍ଥାର ଆୟୋଜନ କରିବେ। ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ।
ଧନୁ:ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ସବୁସ୍ୱପ୍ନ ସାକାର ହେବ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କଠାରୁ ବିଶେଷ ଲାଭବାନ ହେବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି।
ମକର:ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଆପୋସ ସମାଧାନର ରାସ୍ତା ଖୋଲିଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ।
କୁମ୍ଭ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଜାଗା, ଜମି, ଗୃହଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତ ଓ କ୍ରିଡା କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ।
ମୀନ:ନିଜର କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବା ଫଳରେ ଆୟ ବଢାଇବା ପାଇଁ ଆପ୍ରାଣ ଚେଷ୍ଟା କରିବେ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ।