ରାଜ୍ୟର ବିଭି୍ନ୍ନ ସ୍ଥାନରେ ପ୍ରବଳ ବର୍ଷା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧/୪: ସକାଳୁ ସକାଳୁ ରାଜ୍ୟର ବିଭି୍ନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି । ଏଥିସହ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ପବନର ବେଗ ୪୦ରୁ ୫୦କିମି ଛୁଇଁଥିବା ଜଣାପଡିଛି । ସକାଳୁ ସକାଳୁ ଘଂଟାଏରୁ ଅଧିକ ସମୟ ବର୍ଷା ହୋଇଛି । ଏହାର ପ୍ରଭାବରେ ଟୁଇନ ସିଟିରେ ପାଣି ଜମିଛି । ଆଜି ୧୭ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସୂଚନାଯୋଗ୍ୟ ଯେ ଗତକାଲି ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା । ଆଜି ଅପରାହ୍‌ଣ ଆଡ଼କୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ସହ ପାଗ ମେଘୁଆ ରହିବ। ୨ ତାରିଖରୁ ରାଜ୍ୟର ପାଗ ଶୁଖିଲା ରହିବ। ଆସନ୍ତା ୨ ଦିନରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରି ଯାଏ ହ୍ରାସ ପାଇବ।