ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧/୪: ଓଡ଼ିଶା ଦିବସ ଅବସରରେ ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ,’ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ଅସ୍ମିତା ଓ ସ୍ଵାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା, ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା’।

ସେହିପରି ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ମଧ୍ୟ ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି | ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି। ତେବେ ଓଡ଼ିଶା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି |