ଟୋକିଓରେ ଓଡ଼ିଶା ବିଜନେସ୍ ମିଟକୁ ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୫/୪: ଓଡିଶାରେ ଶିଳ୍ପର ସମ୍ଭାବନା ନେଇ ଟୋକିଓର ଓକୁରାରେ ଆୟୋଜିତ ହୋଇଛି ଓଡିଶା ବିଜନେସ୍ ମିଟ୍ ୨୦୨୩ । ଜାପାନ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜନେସ୍ ମିଟକୁ ସମ୍ବୋଧିତ କରିଛନ୍ତି । ଏଥିରେ ଜାପାନ ଓ ଭାରତୀୟ ଉପ ମହାସାଗରୀୟ ଅଂଚଳର ୨ଶହରୁ ଅଧିକ ଶିଳ୍ପପତି, ବ୍ୟବସାୟୀ ଓ ନିବେଶକ ଯୋଗ ଦେଇଛନ୍ତି । ଓଡିଶାରେ ନିବେଶ ପାଇଁ ମୁଖ୍ୟମନ୍ତ୍ରୀ ଶିଳ୍ପପତୀଙ୍କ ସହ ଆଲୋଚନା କରିଛନ୍ତି । କେବଳ ସେତିକି ନୁହେଁ ଓଡିଶାରେ ନିବେଶ କରିବାକୁ ପୁଂଜିପତିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ପରେ ଓଡିଶାରେ ପୁଂଜିନିବେଶର ସମ୍ଭାବନା ସୃଷ୍ଟି ହୋଇଛି । ରାଜ୍ୟରେ ସର୍ବବୃହତ ଅତ୍ୟାଧୁନିକ ଷ୍ଟିଲ ପ୍ଲାଂଟ୍ ପ୍ରତିଷ୍ଠା ହେବ । ୩୦ ନିୟୁତ ଟନର ଏହି ମେଗା ଗ୍ରୀନ୍ ଫିଲ୍ଡ ଗଢିବ ଜାପାନ ଷ୍ଟିଲ ।