କୁଆପଥର ସହ ଝଡ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୭/୪: ରାଜ୍ୟର ୪ଟି ଜିଲ୍ଲାରେ ଆଜି କୁଆପଥର ସହ ଝଡ ବର୍ଷା ହେବାର ଆଶଙ୍କା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡା ଓ କନ୍ଧମାଳ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲାରେ ଝଡପବନ ସହ ବିଜୁଳି, ଘଡଘଡି ହୋଇ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ କୁଆ ପଥର ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ୪ ଜିଲ୍ଲା ଛଡା ରାଜ୍ୟର ବିଭିନ୍ନ ଅଞ୍ଚଳରେ ମଧ୍ୟ ଝଡପବନ ସହ ବର୍ଷା ହେବାର ଆଶଙ୍କା ରହିଛି । ଆସନ୍ତାକାଲି ରାଜ୍ୟରେ ୧୧ ଜିଲ୍ଲାରେ ଝଡପବନ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କିନ୍ତୁ ଦିନରେ ପ୍ରବଳ ଖରା ଜାରି ରହିବ ।