ଗ୍ରୀଷ୍ମ ପ୍ରବାହ: ଆସନ୍ତାକାଲଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ

ଭୁବନେଶ୍ୱର,୧୧/୪: ରାଜ୍ୟରେ ୪୦ ଡିଗ୍ରୀ ପାର ହେଲାଣି ତାପମାତ୍ରା। ଏହାରିମଧ୍ୟରେ ଆସନ୍ତାକାଲଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ । ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ଘୋଷଣା କରିଛନ୍ତି । ଆସନ୍ତାକାଲି ଠାରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ତେବେ ଖାଲି ସେତିକି ନୁହେଁ, ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ଆଜି କୋଭିଡ୍ ଓ ହିଟୱେଭକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ଏହାପରେ ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ।