ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪/୪: ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟ୍ୱିଟ କରି ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀ ମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ସୁଖ ସମୃଦ୍ଧି କାମନା କରିଛନ୍ତି ରାଷ୍ଟ୍ରପତି ।

ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂଆବର୍ଷରେ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି । ଭିଡିଓ ବାର୍ତ୍ତା ଜରିଆରେ ରାଜ୍ୟବାସୀଙ୍କୁ ଏହି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ଆସୁ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନୂଆବର୍ଷ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଓଡ଼ିଆ ଜାତି ଆହୁରି ଭବ୍ୟ ଏବଂ ସମୃଦ୍ଧଶାଳୀ ହେଉ ଏବଂ ଓଡ଼ିଶା ସମ୍ପନ୍ନତାର ଶୀର୍ଷରେ ପହଞ୍ଚୁ, ଏହା କାମନା କରୁଛି ।