ପ୍ରଚଣ୍ଡ ଖରା, ୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୫/୪: ଆଜି ବି ତାତିରୁ ମିଳିବନି ତ୍ରାହି । ଆଜି ୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲିଠାରୁ ପାରଦ ଅଧିକ ଖସିବ । କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା ସହ ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୭ରୁ କାଳବୈଶାଖୀ ବର୍ଷା ବ୍ୟାପକ ହେବାର ସମ୍ଭାବନା ରହଛି ।