ତାତିରୁ ମିଳିବ ଆଶ୍ବସ୍ତି, ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭/୪: ପ୍ରଚଣ୍ଡ ଖରାରୁ ମିଳିବ ଆଶ୍ୱସ୍ତି । ଆଜିଠୁ ସାଧାରଣ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ । ଆଜିଠୁ ୪ ଦିନ ଧରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ହୋଇପାରେ କାଳବୈଶାଖୀ ବର୍ଷା ।

ଆଜି ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଂଜାମ ଓ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ସେହିପରି ପୁରୀ, ଖୋର୍ଦ୍ଧା,ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଂଜ ।