ଝାରସୁଗୁଡା ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଭୁବନେଶ୍ୱର,୧୮/୪:ଝାରସୁଗୁଡା ଉପନିର୍ବାଚନ ପାଇଁ ରାଜନୈତିକ ମାହୋଲ ସରଗରମ ହେବାରେ ଲାଗିଛି। ଏହାରିମଧ୍ୟରେ ଆଜି ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ବିପୁଳ ସମର୍ଥକଙ୍କ ଗହଣରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଦୀପାଳିଙ୍କ ସହ ଦଳର ବରିଷ୍ଠ ନେତା ଉପସ୍ଥିତ ଥିଲେ । ନାମାଙ୍କନ ଭରିବା ପରେ ପ୍ରତିକ୍ରିୟା ରଖି ସେ  କହିଛନ୍ତି ଯେ ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବେ।