ରାହୁଲ ଗାନ୍ଧୀଙ୍କୁ ବଡ ଝଟକା,ମାନହାନି ମାମଲାରେ କରିଥିବା ଆବେଦନକୁ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୨୦/୪: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ ଝଟକା । ମାନହାନି ମାମଲାରେ ରାହୁଲ କରିଥିବା ଆବେଦନକୁ ଖାରଜ କରିଛନ୍ତି ସୁରଟ ସେସନ୍ସ କୋର୍ଟ । ମୋଦୀ ସାଙ୍ଗିଆ ବାବଦରେ ରାହୁଲ ଦେଇଥିବା ବୟାନକୁ ନେଇ ତଳ କୋର୍ଟ ରାହୁଲଙ୍କୁ ୨ ବର୍ଷ ଦଣ୍ଡାଦେଶ ଦେଇଥିଲେ । ଯାହାଫଳରେ ରାହୁଲଙ୍କ ସାଂସଦ ପଦ ରଦ୍ଦ ହୋଇଥିଲା । ତେଣୁ ଏହି ରାୟ ଉପରେ ରୋକ ଲଗାଇବାକୁ ସୁରଟ ସେସନ୍ସ କୋର୍ଟରେ ଆବେଦନ କରିଥିଲେ ।ଯାହାକୁ ଖାରଜ କରିଛନ୍ତି କୋର୍ଟ । ତେବେ ଏହି ମାମଲାରେ କଂଗ୍ରେସ ହାଇକୋର୍ଟରେ ଆବେଦନ କରିବ ବୋଲି ଜଣାପଡିଛି ।