ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୬୯୨ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୧/୪: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୨,୦୦୦ ତଳକୁ ଖସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୬,୦୦୦ରୁ ଅଧିକ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୬୯୨ କରୋନାର ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୧,୬୯୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୬୯,୬୮୪ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୨୮ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୨୫୮କୁ ବୃଦ୍ଧି ପାଇଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୭୨,୨୫୬।