ବିଜେଡିର ନୂଆ ରାଜ୍ୟ କାର୍ଯ୍ୟାଳୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩/୭:ଲୋକାର୍ପିତ ହେଲା ବିଜେଡିର ନୂଆ ରାଜ୍ୟ କାର୍ଯ୍ୟାଳୟ । ଶଙ୍ଖ ଭବନର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳୀୟ ନେତା ଓ କର୍ମୀଙ୍କ ଉପସ୍ଥିତିରେ ଏହାର ଉଦଘାଟନ କରାଯାଇଛି । ଏହି ନୂଆ କାର୍ଯ୍ୟାଳୟର ନିର୍ମାଣ ପାଇଁ ୨୦ ମାସ ମଧ୍ୟରେ ଏହି ଶଙ୍ଖ ଭବନ ନିର୍ମାଣ ଶେଷ ହୋଇଛି । ଶଙ୍ଖ ଭବନର ଉଦଘାଟନ କରିବା ସହ ନବୀନ କହିଛନ୍ତି, ଅକ୍ଷୟ ତୃତୀୟାର ପବିତ୍ର ଅବସରରେ ସାଢେ ୪ କୋଟି ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଶଙ୍ଖ ଭବନକୁ ସମର୍ପିତ କରି ବହୁତ ଖୁସି । ଏହି ସୁନ୍ଦର ଭବନ ନିର୍ମାଣରେ ସମସ୍ତଙ୍କର ଯୋଗଦାନ ରହିଛି । ଏହି ଭବନ ନିର୍ମାଣରେ ଯୁବ, ଛାତ୍ର, ମହିଳା କର୍ମୀ ମାନଙ୍କ ଅବଦାନ ରହିଛି । ୧୯୯୭ ମସିହାରେ ଓଡ଼ିଶା ରାଜନୀତିରେ ନୂଆ ଆରମ୍ଭ ହୋଇଥିଲା । ବିଜୁ ଆଦର୍ଶ ଓ ସ୍ୱାଭିମାନର ମନ୍ତ୍ର ନେଇ ବିଜେଡି ଜନ୍ମ ନେଇଥିଲା । ଆଞ୍ଚଳିକ ଦଳ ଭାବେ ଓଡ଼ିଶାବାସୀଙ୍କ ସେବାରେ ରହିଛି ବିଜେଡି । ଏବେ ବିଜେଡି ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି ।