ବର୍ଷା ନେଇ ରାଜ୍ୟର ୧୧ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର,୨୪/୪ : ରାଜ୍ୟରେ କେତେଦିନ ହେବ ଖରା ଓ ଗରମରେ ଆଉଟ ପାଉଟ ହେଉଥିଲେ। ଏହାରିମଧ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ ଲାଗି ରହିବ। ଆଜି କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ଝଡ଼-ପବନ ହୋଇପାରେ। ତେଣୁ ଏହି ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ଉପରେ ମଧ୍ୟ କାଳବୈଶାଖୀ ପ୍ରଭାବ ପଡ଼ିବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।  ବର୍ଷା ପବନ ପ୍ରଭାବରେ ଅମଳକ୍ଷମ ରବି ଫସଲ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଚାଷୀମାନେ ଫସଲ ଅମଳ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।