ଦେଶରେ ୨୪ ଘଣ୍ଟାରେ ୭,୧୭୮ ନୂତନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୪/୪: ଆଜି ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୧୭୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭,୧୭୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୯୯,୧୬୭ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୪୫କୁ ବୃଦ୍ଧି ପାଇଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୦୧,୮୬୫। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୫,୬୮୩କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି।