ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୨୬/୪: ରାଜ୍ୟରେ ଅସହାୟ ତାତିରୁ ରକ୍ଷା ଦେଉଛି କାଳବୈଶାଖୀ ବର୍ଷା। ଏପରି ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଫଳରେ ଥଣ୍ଡା ପାଗ ଅନୁଭୂତ ହେବ । ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋ‌ର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଅଞ୍ଚଳରେ ପବନର ବେଗ ଅଧିକ ରହିବା ଏବଂ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ।