କେନ୍ଦ୍ରାପଡା ଦ୍ବିତୀୟ ଦିନରେ ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କଲେ ୫-ଟି ସଚିବ

ଭୁବନେଶ୍ୱର,୨୮/୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଦ୍ବିତୀୟ ଦିନରେ ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି ।

ପାଣ୍ଡିଆନ ଆଜି କେନ୍ଦ୍ରାପଡା ଜିଲ୍ଲାର ଆଉ କେତେକ ମଠ ମନ୍ଦିରର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି। ଆଳିର ଡେମାଳସ୍ଥିତ ଲକ୍ଷ୍ମୀବରାହ ମନ୍ଦିର, କେରେଡାଗଡସ୍ଥିତ ଜଗନ୍ନାଥ ମନ୍ଦିର ଓ ବାୟାବାବା ମଠ ଆଦି ପରିଦର୍ଶନ କରି ସେଠାରେ ମନ୍ଦିର କମିଟି ସଦଲ୍ୟ, ମଠର ଶିଷ୍ୟଗଣ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଆଲୋଚନା କରି ଏସବୁ ଅନୁଷ୍ଠାନର ପାରିପାର୍ଶ୍ବିକ ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ତୁରନ୍ତ DPR ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।