ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ଓ କେଉଁଝର, ବଡବିଲରେ ଟ୍ରାଫିକ ପୋଲିସ ଷ୍ଟେସନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର,୨/୫: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌, କେନ୍ଦୁଝର ଓ ବଡବିଲରେ ହେବ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ । ଏହି ସମ୍ପର୍କୀୟ ୨ଟି ପ୍ରସ୍ତାବରେ ମୋହର ମାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି ହୋଇଛି । ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍‌ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି । ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି ଏବଂ ଏଥିପାଇଁ ୨୪ଟି ନୂତନ ପଦବୀ ମଂଜୁର କରାଯାଇଛି ।