ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କଲେ ରଞ୍ଜନ କୁମାର ଦାସ

ଭୁବନେଶ୍ୱର,୨/୫: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କଲେ ରଞ୍ଜନ କୁମାର ଦାସ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ସ୍ଥାୟୀ ପ୍ରଶାସକ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏକକ ପ୍ରଶାସକ ଭାବେ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ତାଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସୂଚନାଯୋଗ୍ୟ ଯେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସ୍ୱତନ୍ତ୍ର ସଚିବ ତଥା ନିର୍ଦ୍ଦେଶକ ୨୦୦୭ ବ୍ୟାଚର ଆଇଏଏସ୍ ରଂଜନ କୁମାର ଦାସଙ୍କୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ବଦଳି କରାଯାଇଛି ।