କେରଳରେ ବୁଡିଗଲା ଡଙ୍ଗା, ୨୧ ମୃତ

ନୂଆଦିଲ୍ଲୀ,୮/୫: କେରଳରୁ ଘଟିଛି ଅଭାବନୀୟ ଘଟଣା । ଡଙ୍ଗା ବୁଡି ୨୧ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି । ମୃତକଙ୍କ ମଧ୍ୟରେ ୫ରୁ ଅଧିକ ଶିଶୁଥିବା ନେଇ ଜଣାପଡିଛି । କେରଳର ମଲପୁରମ ଜିଲ୍ଲାର ତନୁର ନିକଟରେ ଗତକାଲି ରାତିରେ ଏକ ଯାତ୍ରୀବାହୀ ଡଙ୍ଗା ଦୁର୍ଘଟଣାଗସ୍ତ ହୋଇଥିଲା । ଦୁର୍ଘଟଣା ସମୟରେ ଡଙ୍ଗାରେ ୪୦ରୁ ୫୦ ଜଣ ଯାତ୍ରୀ ଥିବା ନେଇ ସୂଚନା ମିଳିଛି । ଯୁଦ୍ଧକାଳୀନ ଭିତିରେ ଗତକାଲି କିଛି ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଛି । ପର୍ଯ୍ୟଟକଙ୍କ ମଧ୍ୟରୁ କିଛି ନିଖୋଜ ଥିବାରୁ ସେମାନଙ୍କୁ ଠାବ କରିବାକୁୁ ପ୍ରୟାସ ଜାରି ରହିଛି । ରାତି ସମୟରେ ଦୁର୍ଘଟଣା ଘଟିଥିବାରୁ ଉଦ୍ଧାରକାରୀ ଦଳ ପାଇଁ ସମସ୍ୟା ସୃଷ୍ଟି ହୋଇଛି । ଏହି ଦୂର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।