ତାଣ୍ଡବ ରଚିବ ଗ୍ରୀଷ୍ମପ୍ରବାହ, ରାଜ୍ୟରେ ଆହୁରି ବଢିବ ତାପମାତ୍ରା

ଭୁବନେଶ୍ୱର,୧୩/୫: ବାତ୍ୟା ‘ମୋକା’ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଗତକାଲି ଆକାଶ ମେଘୁଆ ରହିଥିଲା । ୧୪ ତାରିଖରୁ ରାଜ୍ୟର ଅନେକ ସ୍ଥାନରେ ୨ରୁ ୪ ଡିଗ୍ରି ଯାଏ ଦିନ ତାପମାତ୍ରା ବୃଦ୍ଧି ପାଇବ। ୧୫ ତାରିଖରୁ ନିସ୍ତାର ନାହିଁ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀ‌ଷ୍ମ ପ୍ରବାହ ଅନୁଭୂତ ହେବ । ରାଜ୍ୟର ସର୍ବୋଚ୍ଚ ତାପମାତ୍ରା କିଛି କିଛି ସ୍ଥାନରେ ୪୫ ଡିଗ୍ରି ଅତିକ୍ରମ କରିଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ସୂଚନାନୁସାରେ, ୧୫ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଅନୁଗୁଳ ଆଦି ୪ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ଏଣୁ ଏହି ୪ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି। ଏଥିସହ ୧୬ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଜନିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।