ରାଜ୍ୟରେ ହିଟୱେଭ ନେଇ ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୬/୫: ଅସହ୍ୟ ତାତି ଓ ଗୁଳୁଗୁଳିରେ ହନ୍ତସନ୍ତ ହେବେ ରାଜ୍ୟବାସୀ । ଆଜି ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଅନୁଗୁଳ, ଦେବଗଡ଼, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଓ ଆସନ୍ତାକାଲି ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗର ପକ୍ଷରୁ କୁହାଯାଇଛି ।ଗତକାଲି ପଶ୍ଚିମ ଓଡିଶାରେ ନିଆଁ ବର୍ଷା ହୋଇଥିଲା । ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୪. ୪ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଟିଟଲାଗଡ ପାଲଟିଛି ତତଲାଗଡା । ଏଠାରେ ତାପମାତ୍ରା ୪୪ ଡିଗ୍ରୀ ରହିଥିଲା । ରାଜ୍ୟର ୧୮ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ଭୁବନେଶ୍ୱର ୩୮.୪ ଓ କଟକରେ ୩୭. ୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ଆଗକୁ ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ସମ୍ଭାବନା ରହିଛି ।