ଜୁନ୍‌ ୪ରେ ମୌସୁମୀ କେରଳ ଛୁଇଁବା ସମ୍ଭାବନା

ଭୁବନେଶ୍ୱର,୨୬/୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଜୁନ୍‌ ୪ରେ କେରଳ ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥର ମୌସୁମୀ ବିଳମ୍ବରେ ଆସିବାକୁ ଥିବା ବେଳେ ଏହା ଉପରେ ଏଲ ନିନୋର ପ୍ରଭାବ ପଡ଼ିବାର ଯଥେଷ୍ଟ ଆଶଙ୍କା ରହିଛି। ତେଣୁ ଜୁନ୍‌ ମାସରେ ସମଗ୍ର ଦେଶରେ ସ୍ୱାଭାବିକ ଠାରୁ କମ ବର୍ଷା ହୋଇପାରେ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

କେରଳ ଛୁଇଁବାର ୧୦ ଦିନ ପରେ ସାଧାଣତଃ ମୌସୁମୀ ଓଡ଼ିଶାକୁ ଆସିଥାଏ। ତେଣୁ ଜୁନ ୪ରେ ମୌସୁମୀ କେରଳ ଛୁଇଁବାକୁ ଥିବା ବେଳେ ଜୁନ ୧୪ ଅର୍ଥାତ ରଜ ବେଳକୁ ଓଡ଼ିଶାରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି।
ଗତବର୍ଷ ମେ’ ୨୯ ତାରିଖରେ ମୌସୁମୀ କେରଳ ଛୁଇଁଥିଲା।