ରାଜ୍ୟରେ ୨୪ ଘଣ୍ଟାରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୩୦/୦୫: ସମଗ୍ର ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ପାଣିପାଗର ଏପରି ସ୍ଥିତି ଆଗକୁ ଆହୁରି କିଛିଦିନ ପାଇଁ ଜାରି ରହିବ। ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼  ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କାଳହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ।