କରମଣ୍ଡଳ ଏକ୍ସପ୍ରେସ୍‌ ଟ୍ରେନ୍‌  ଦୁର୍ଘଟଣାଗ୍ରସ୍ତ, ବହୁ ମୃତାହତ ହୋଇଥିବା ଆଶଙ୍କା

ଭୁବନେଶ୍ୱର,୨/୦୬: ବାଲେଶ୍ବର ଜିଲ୍ଲା ବାହାନଗା ‌ରେଳ ଷ୍ଟେସନ ନିକଟରେ ଆଜି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍‌ ଟ୍ରେନ୍‌  ଦୁର୍ଘଟଣାରେ ଅନେକ ଯାତ୍ରୀ ମୃତାହତ ହୋଇଥିବା ସୂଚନା ରହିଛି। ଏହି ଦୁର୍ଘଟଣାରେ ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର ହୋଇଛନ୍ତି। ଆହତ ଏବଂ ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ବାହାନଗା, ସୋର ଓ ବାଲେଶ୍ବର ଡାକ୍ତରଖାନାକୁ ଆମ୍ବୁଲାନ୍ସ ମାଧ୍ୟମରେ ନିଆଯାଉଛି। ସ୍ଥାନୀୟ ଲୋକଙ୍କର ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣାସ୍ଥଳକୁ ଏନ୍‌ଡିଆରଏଫ୍‌ ଓ ଓଡ୍ରାଫ୍‌ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ରେଳବାଇ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦୁର୍ଘଟଣାରେ ପୀଡିତ ପରିବାର ଲୋକଙ୍କ ପାଇଁ ହେଲ୍‌ପଲାଇନ୍‌ ନମ୍ବର ଜାରି କରାଯାଇଛି।