ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ୧୦୮ କଳସୀ ଜଳରେ ସ୍ନାନ କରିବେ ଶ୍ରୀଜୀଉ

ପୁରୀ,୪/୦୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଶ୍ରୀଜୀଉଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।