ଭୁବନେଶ୍ୱର,୮/୦୬: ରାଜ୍ୟରେ ଅସହ୍ୟ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଏହାରିମଧ୍ୟରେ ଜୁନ ୯ ତାରିଖ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବା ପାଇଁ ପାଗ ଅନୁକୂଳ ରହିଥିବା କହିଛନ୍ତି ପାଣିପାଗ ବିଜ୍ଞାନୀ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରଜ ସୁଦ୍ଧା ଓଡ଼ିଶାରେ ଛୁଇଁପାରେ ମୌସୁମୀ । ଆରବ ସାଗରରେ ସୃଷ୍ଟି ବାତ୍ୟାକୁ ନେଇ ମୌସୁମୀ ଆସିବାରେ ବିଳମ୍ବ ହେଉଥିବା କୁହାଯାଉଛି । ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ବିପର୍ଯ୍ୟୟ’ । ଏବେ ଏହା ଉତର ଦିଗରେ ନିଜର ଗତିପଥ ବଜାୟ ରଖିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅତ୍ୟନ୍ତ ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ପରେ ଏହା ଉତର ପଶ୍ଚିମ ଦିଗରେ ଗତି କରି ଓମାନ ଆଡକୁ ମୁହାଁଇପାରେ ବୋଲି କୁହାଯାଇଛି ।