ରାଜଧାନୀ ଭୁବନେଶ୍ୱରରୁ ଆଜି ୨୧୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୭।୧୦: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୧ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୦୭ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୯୯୫କୁ ବୃଦ୍ଧି ପାଇଥିବା ବେଳେ ୨୩୮୩୦ଜଣ ସୁସ୍ଥ ହୋଇଛନ୍ତି ଓ ୧୩୩ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୩୦୧୧ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।