ନିଟ୍ ୨୦୨୩ ପରୀକ୍ଷାଫଳ ପ୍ରକାଶିତ

ଭୁବନେଶ୍ୱର, ୧୩/୦୬: ନିଟ୍ ୨୦୨୩ ପରୀକ୍ଷାଫଳ ପ୍ରକାଶ ପାଇଛି । ଏଥର ମୋଟ ୨୦ ଲକ୍ଷ ୩୮ ହଜାର ୫୯୬ ଜଣ ପରୀକ୍ଷା ଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୧ ଲକ୍ଷ ୪୫ ହଜାର ୯୭୬ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ଉତ୍ତୀର୍ଣ୍ଣ ପ୍ରାର୍ଥୀଙ୍କ ମଧ୍ୟରେ ୫୨୧ ଜଣ ବିଦେଶୀ ଓ ୫୩୩ ଜଣ ପ୍ରବାସୀ ଭାରତୀୟ ଅନ୍ତର୍ଭୁକ୍ତ ଅଛନ୍ତି । ଓଡ଼ିଶାରୁ ପ୍ରାୟ ୫୭୦୯୨ ଜଣ ଏହି ପରୀକ୍ଷା ପାଇଁ ପଂଜୀକରଣ କରିଥିବାବେଳେ ୫୫୮୬୬ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୨୮୩୩୦ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି ।ତାମିଲନାଡ଼ୁର ପ୍ରଭଞ୍ଜନ ଜେ. ଓ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦ରୁ ୭୨୦ ମାର୍କ ରଖି ସାରା ଦେଶରେ ଟପ୍ପର ହୋଇଛନ୍ତି ।