୨୬୯ ଜଣ ଅଧିକାରୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯/୦୬:  ତିନିଟି ବିଭାଗର ୨୬୯ ଜଣ ଅଧିକାରୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନ କନଭେସନ ସେଣ୍ଟରରେ ନିଯୁକ୍ତି ପର୍ବର ଆୟୋଜନ କରାଯାଇଥିଲା । ଏଥିରେ ୩ଟି ବିଭାଗର ଅଧିକାରୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗର ୧୬୦ ଜଣ ପ୍ରଧାନଶିକ୍ଷକ ଓ ବ୍ଲକ ଶିକ୍ଷା ଅଧିକାରୀ, ସାମାଜିକ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ୯୦ ଜଣ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ୧୯ ଜଣ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି ।