ରଥ ଉପରେ ବିଜେ କଲେ ଶ୍ରୀସୁଦର୍ଶନ

ଭୁବନେଶ୍ୱର,୨୦/୦୬: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି । ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା ହେଲେ ସୁଦର୍ଶନ ଠାକୁର । ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି । ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି । ଘଣ୍ଟଘଣ୍ଟା ଓ ଶଙ୍ଖର ଶବ୍ଦରେ ଶ୍ରୀମନ୍ଦିର ପରିସର ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଛି । ଶ୍ରୀସୁଦର୍ଶନ ରଥ ଉପରେ ବିଜେ କରିସାରିଛନ୍ତି ।