ଆଗାମୀ ଦୁଇ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ବର,୨୧/୦୬: ଆଗାମୀ ଦୁଇ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଦକ୍ଷିଣ ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ଆଗାମୀ ଦୁଇ ଦିନ ଭିତରେ ରାଜ୍ୟର ତାପମାତ୍ରା ଆହୁରି କମିବ। ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ବୃଦ୍ଧି ପାଇଛି। ତାପମାତ୍ର ଆଗ ଅପେକ୍ଷା କମିଛି। ଗତ ଦୁଇ ଦିନରେ କିଛି ଜିଲ୍ଲାରେ ବର୍ଷାର ପରିମାଣ ବୃଦ୍ଧି ପାଇଛି ଏବଂ ଆଗାମୀ ଦୁଇ ଦିନରେ ଏହା ଆହୁରି ବଢିବ।

କୋରାପୁଟ, ନବରଙ୍ଗପୁର, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ବର୍ଷାର ମାତ୍ର ଅଧିକ ରହିବ। କୋରାପୁଟ ଓ ନବରଙ୍ଗପୁରର କିଛି ଅଞ୍ଚଳରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ନବରଙ୍ଗପୁରରେ ୭୪ ମିମି ବର୍ଷା ରେକର୍ଡ କରାଯାଇଛି। ଏଠାରେ ଗ୍ରୀଷ୍ମପ୍ରବାହ ପାଇଁ କୌଣସି ସୂଚନା ନାହିଁ। ଆସନ୍ତା ୨୨ ତାରିଖଠାରୁ ପ୍ରାୟ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ଏବଂ ୨୩ ଏବଂ ୨୪ ରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଅନୁମାନ କରାଯାଉଛି ।