ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର,୨୨/୦୬: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଦୁଇ ଦିନ ଭିତରେ ସାରା ରାଜ୍ୟରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ । ଏହା ପ୍ରଭାବରେ ସାରା ଓଡିଶାରେ ବର୍ଷା ଜାରି ରହିଛି । ବିଶେଷ କରି ଉପକୂଳ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।

ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଟ୍ୱିନ୍ ସିଟି କଟନ ଓ ଭୁବନଶ୍ୱର ପାଇଁ ମଧ୍ୟ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ଖୋର୍ଦ୍ଧା, ଜଗତସିଂହପୁର, ପିପିଲି, କୋଣାର୍କ, କଟକରେ ମଧ୍ୟ ଜାରି ରହିଛି ବର୍ଷା ।